Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:16-20

Help us?
Click on verse(s) to share them!
16ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।
17ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।
18ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।
19ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।
20ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍‍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:16-20ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:16-20