Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:24-29 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:24-29 in ଓଡିଆ ବାଇବେଲ

24 “ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ-ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।
25 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇ ଯାଅ।
26 ପୁଣି, ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେହି ସ୍ଥାନରେ ମରିବ।
27 ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ।
28 ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି, ହାରୋଣ ସେହି ସ୍ଥାନରେ ପର୍ବତଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ।
29 ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20 in ଓଡିଆ ବାଇବେଲ