Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:7-10 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:7-10 in ଓଡିଆ ବାଇବେଲ

7 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
8 “ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”
9 ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ।
10 ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା ?
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20 in ଓଡିଆ ବାଇବେଲ