Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:7-20

Help us?
Click on verse(s) to share them!
7ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
8“ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”
9ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ।
10ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା ?
11ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।
12ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”
13ଏହିସବୁ ମିରୀବାଃ-ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ।
14ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,
15ଅର୍ଥାତ୍‍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘକାଳ ବାସ କଲେ ଆଉ ମିସ୍ରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।
16ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;
17ମୁଁ ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କିମ୍ବା ଦ୍ରାକ୍ଷାକ୍ଷେତ୍ର ମଧ୍ୟଦେଇ ଯିବୁ ନାହିଁ, କିଅବା କୂପ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ରାଜପଥ ଦେଇ ଗମନ କରିବୁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ଦକ୍ଷିଣରେ କି ବାମରେ ଫେରିବୁ ନାହିଁ।”
18ତହିଁରେ ଇଦୋମ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା।”
19ସେତେବେଳେ ଇସ୍ରାଏଲ ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।”
20ତହୁଁ ସେ କହିଲେ, “ତୁମ୍ଭେ (ଦେଶ) ଦେଇ ଯିବ ନାହିଁ। ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:7-20ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:7-20