Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:1-12

Help us?
Click on verse(s) to share them!
1ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ।
2ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।”
3ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।
4ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।
5ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।
6ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।
7ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
8ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।”
9ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା।
10ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
11ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ।
12ସେମାନେ ସେଠାରୁ ଯାତ୍ରା କରି ସେରଦ୍‍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:1-12ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:1-12