Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:16-21

Help us?
Click on verse(s) to share them!
16ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।”
17ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;
18ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”
19ଏଉତ୍ତାରେ ସେମାନେ ପ୍ରାନ୍ତରରୁ ମତ୍ତାନକୁ ଓ ମତ୍ତାନଠାରୁ ନହଲୀୟେଲକୁ ଓ ନହଲୀୟେଲଠାରୁ ବାମୋତକୁ
20ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍‍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା।
21ଏଥିଉତ୍ତାରେ ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:16-21ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:16-21