18ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”
19ଏଉତ୍ତାରେ ସେମାନେ ପ୍ରାନ୍ତରରୁ ମତ୍ତାନକୁ ଓ ମତ୍ତାନଠାରୁ ନହଲୀୟେଲକୁ ଓ ନହଲୀୟେଲଠାରୁ ବାମୋତକୁ
20ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା।
21ଏଥିଉତ୍ତାରେ ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;
22“ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।”
23ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।