Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:24-33

Help us?
Click on verse(s) to share them!
24ତହିଁରେ ଇସ୍ରାଏଲ ଖଡ୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ, ଅର୍ଥାତ୍‍, ଅମ୍ମୋନ ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା।
25ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍‍ ହିଷ୍‍ବୋନରେ ଓ ତହିଁର ସମସ୍ତ ନଗରରେ ବାସ କଲେ।
26କାରଣ ହିଷ୍‍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।
27ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍‍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;
28କାରଣ ହିଷ୍‍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି।
29ହେ ମୋୟାବ, ତୁମ୍ଭର ସନ୍ତାପ ହେଲା ! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
30ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍‍ବୋନ ଦୀବୋନ୍‍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”
31ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ।
32ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ି ଦେଲେ।
33ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠି ଗଲେ; ତହିଁରେ ବାଶନର ରାଜା ଓଗ୍‍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:24-33ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:24-33