Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:26-31

Help us?
Click on verse(s) to share them!
26କାରଣ ହିଷ୍‍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।
27ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍‍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;
28କାରଣ ହିଷ୍‍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି।
29ହେ ମୋୟାବ, ତୁମ୍ଭର ସନ୍ତାପ ହେଲା ! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
30ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍‍ବୋନ ଦୀବୋନ୍‍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”
31ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:26-31ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:26-31