Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:26-31 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:26-31 in ଓଡିଆ ବାଇବେଲ

26 କାରଣ ହିଷ୍‍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।
27 ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍‍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;
28 କାରଣ ହିଷ୍‍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି।
29 ହେ ମୋୟାବ, ତୁମ୍ଭର ସନ୍ତାପ ହେଲା ! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
30 ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍‍ବୋନ ଦୀବୋନ୍‍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”
31 ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21 in ଓଡିଆ ବାଇବେଲ