3ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।
4ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।
5ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।
6ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।