Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:5-22

Help us?
Click on verse(s) to share them!
5ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।
6ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।
7ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
8ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।”
9ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା।
10ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
11ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ।
12ସେମାନେ ସେଠାରୁ ଯାତ୍ରା କରି ସେରଦ୍‍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ।
13ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।
14ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି, ଯଥା “ସୁଫଃରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,
15ପୁଣି, ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ।”)
16ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।”
17ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;
18ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”
19ଏଉତ୍ତାରେ ସେମାନେ ପ୍ରାନ୍ତରରୁ ମତ୍ତାନକୁ ଓ ମତ୍ତାନଠାରୁ ନହଲୀୟେଲକୁ ଓ ନହଲୀୟେଲଠାରୁ ବାମୋତକୁ
20ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍‍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା।
21ଏଥିଉତ୍ତାରେ ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;
22“ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:5-22ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:5-22