Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:5-8

Help us?
Click on verse(s) to share them!
5ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।
6ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।
7ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
8ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:5-8ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:5-8