Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:12-16

Help us?
Click on verse(s) to share them!
12ତହିଁରେ ପରମେଶ୍ୱର ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି।
13ଏଥିରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।”
14ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍‍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।”
15ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।
16ତହୁଁ ସେମାନେ ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକୁ ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:12-16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:12-16