Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:14-27 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:14-27 in ଓଡିଆ ବାଇବେଲ

14 ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍‍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।”
15 ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।
16 ତହୁଁ ସେମାନେ ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକୁ ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।”
17 କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।
18 ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ପାରେ ନାହିଁ।
19 ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।”
20 ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍‍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”
21 ତହିଁରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।
22 ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ।
23 ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍‍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;
24 ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ।
25 ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍‍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।
26 ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା।
27 ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍‍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍‍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22 in ଓଡିଆ ବାଇବେଲ