20ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”
21ତହିଁରେ ବିଲୀୟମ୍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।
22ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ।
23ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;