Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:25-35

Help us?
Click on verse(s) to share them!
25ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍‍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।
26ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା।
27ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍‍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍‍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା।
28ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍‍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ।”
29ତେବେ ବିଲୀୟମ୍‍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋ’ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”
30ପୁଣି, ଗର୍ଦ୍ଦଭୀ ବିଲୀୟମ୍‍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି” ? ତହୁଁ ସେ କହିଲା, “ନା।”
31ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।
32ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନିଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;
33ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନିଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥା’ନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥା’ନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥା’ନ୍ତୁ।”
34ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋ’ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”
35ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:25-35ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:25-35