Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:36-40

Help us?
Click on verse(s) to share them!
36ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।
37ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ ?”
38ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି ? ପରମେଶ୍ୱର ମୋ’ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”
39ଏଉତ୍ତାରେ ବିଲୀୟମ୍‍ ବାଲାକ ସହିତ ଗମନ କରି କିରୀୟଥ୍‍-ହୁଷୋତରେ ଉପସ୍ଥିତ ହେଲା।
40ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍‍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:36-40ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:36-40