4ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”
5ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମ୍କୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ବାର୍ତ୍ତାବହ ପଠାଇ ଏହା କହିଲେ, “ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି, ଆମ୍ଭ ସମ୍ମୁଖରେ ବାସ କରନ୍ତି।”
6ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶାପଗ୍ରସ୍ତ ହୁଏ।
7ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।