Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:12-16

Help us?
Click on verse(s) to share them!
12ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋ’ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ୍‍ ନୁହେଁ ?
13ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”
14ସେତେବେଳେ ବାଲାକ ତାହାକୁ ପିସ୍‍ଗାର ପୃଷ୍ଠସ୍ଥିତ ସୋଫୀମ୍‍ କ୍ଷେତ୍ରକୁ ନେଇ ଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
15ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”
16ଏଥିରେ ସଦାପ୍ରଭୁ ବିଲୀୟମ୍‍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଇ ତାହାକୁ ଏହି କଥା କହିବ।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:12-16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:12-16