Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:20-23 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:20-23 in ଓଡିଆ ବାଇବେଲ

20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।
21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।
22 ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।
23 ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ୱର କି କର୍ମ କରିଅଛନ୍ତି !
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23 in ଓଡିଆ ବାଇବେଲ