Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:20-27 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:20-27 in ଓଡିଆ ବାଇବେଲ

20 ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।
21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।
22 ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।
23 ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ୱର କି କର୍ମ କରିଅଛନ୍ତି !
24 ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।
25 ଏଥିଉତ୍ତାରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।”
26 ତହିଁରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ” ?
27 ତହୁଁ ବାଲାକ ବିଲୀୟମ୍‍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।”
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23 in ଓଡିଆ ବାଇବେଲ