Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:7-15

Help us?
Click on verse(s) to share them!
7ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ; ପୁଣି, ଆସ, ଇସ୍ରାଏଲକୁ ଅଭିଶପ୍ତ କର।”
8ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି ? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି ?
9କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।
10ଯାକୁବର ଧୂଳି କିଏ ଗଣି ପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହି ପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।
11ଏଥିରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”
12ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋ’ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ୍‍ ନୁହେଁ ?
13ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”
14ସେତେବେଳେ ବାଲାକ ତାହାକୁ ପିସ୍‍ଗାର ପୃଷ୍ଠସ୍ଥିତ ସୋଫୀମ୍‍ କ୍ଷେତ୍ରକୁ ନେଇ ଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
15ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:7-15ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:7-15