Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24:11-25

Help us?
Click on verse(s) to share them!
11ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।
12ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ମୋ’ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କ’ଣ କହି ନାହିଁ ?”
13ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।
14ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।
15ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
16ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;
17ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
18ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ।
19ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।”
20ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”
21ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।”
22ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ।
23ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ ?”
24ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।
25ଏଉତ୍ତାରେ ବିଲୀୟମ୍‍ ଉଠି ସ୍ୱସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24:11-25ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24:11-25