2 ତହିଁରେ ବିଲୀୟମ୍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।
3 ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
4 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।