Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24:7-10 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24:7-10 in ଓଡିଆ ବାଇବେଲ

7 ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।
8 ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।
9 ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶାପଗ୍ରସ୍ତ ହେଉନ୍ତୁ।”
10 ଏଥିରେ ବିଲୀୟମ୍‍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।”
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24 in ଓଡିଆ ବାଇବେଲ