4ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।”
5ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”
6ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।
7ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
8ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ମାରୀ ନିବୃତ୍ତ ହେଲା।
9ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।