Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25:5-12

Help us?
Click on verse(s) to share them!
5ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍‍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”
6ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।
7ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
8ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍‍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ମାରୀ ନିବୃତ୍ତ ହେଲା।
9ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।
10ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
11“ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”
12ଏହେତୁ ତୁମ୍ଭେ କୁହ, ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25:5-12ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25:5-12