Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:1-18

Help us?
Click on verse(s) to share them!
1ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,
2“ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍‍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।”
3ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,
4“ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”
5ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍‍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ;
6ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।
7ଏମାନେ ରୁବେନ୍‍ର ବଂଶ; ପୁଣି, ଏମାନେ ଗଣାଯା’ନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।
8ପଲ୍ଲୂର ସନ୍ତାନ ଇଲୀୟାବ୍‍।
9ସେହି ଇଲୀୟାବ୍‍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ୍‍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ୍‍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।
10ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ।
11ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
12ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍‍ଠାରୁ ଯାମୀନୀୟ ବଂଶ; ଯାଖୀନ୍‍ଠାରୁ ଯାଖୀନୀୟ ବଂଶ;
13ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।
14ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।
15ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
16ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
17ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।
18ଗାଦ୍‍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା’ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:1-18ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:1-18