Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:10-26 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:10-26 in ଓଡିଆ ବାଇବେଲ

10 ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ।
11 ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
12 ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍‍ଠାରୁ ଯାମୀନୀୟ ବଂଶ; ଯାଖୀନ୍‍ଠାରୁ ଯାଖୀନୀୟ ବଂଶ;
13 ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।
14 ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।
15 ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
16 ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
17 ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।
18 ଗାଦ୍‍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା’ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।
19 ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।
20 ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।
21 ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।
22 ଯିହୁଦାର ଏହିସବୁ ବଂଶ ଗଣାଯା’ନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।
23 ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ;
24 ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ।
25 ଇଷାଖରର ଏହି ସକଳ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ।
26 ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନ୍‍ଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26 in ଓଡିଆ ବାଇବେଲ