Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:10-57

Help us?
Click on verse(s) to share them!
10ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ।
11ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
12ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍‍ଠାରୁ ଯାମୀନୀୟ ବଂଶ; ଯାଖୀନ୍‍ଠାରୁ ଯାଖୀନୀୟ ବଂଶ;
13ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।
14ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।
15ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
16ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
17ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।
18ଗାଦ୍‍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା’ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।
19ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।
20ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।
21ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।
22ଯିହୁଦାର ଏହିସବୁ ବଂଶ ଗଣାଯା’ନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।
23ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ;
24ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ।
25ଇଷାଖରର ଏହି ସକଳ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ।
26ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନ୍‍ଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ।
27ସବୂଲୂନର ଏହି ସକଳ ବଂଶ ଗଣାଯା’ନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ।
28ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।
29ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ।
30ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ,
31ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ,
32ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ।
33ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍‍ଲା, ମିଲ୍‍କା ଓ ତିର୍ସା।
34ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।
35ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।
36ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।
37ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।
38ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍‍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍‍ବେଲଠାରୁ ଅସ୍‍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;
39ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ।
40ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍‍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍‍ଠାରୁ ନାମାନୀୟ ବଂଶ।
41ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍‍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।
42ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍‍ର ବଂଶ।
43ଶୂହମୀୟ ସମସ୍ତ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ।
44ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍‍ବିଠାରୁ ଯିଶ୍‍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।
45ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲ୍‍କୀୟେଲଠାରୁ ମଲ୍‍କୀୟେଲୀୟ ବଂଶ।
46ଆଶେରର କନ୍ୟାର ନାମ ସେରହ।
47ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ।
48ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ;
49ଯେତ୍ସରଠାରୁ ଯେତ୍ସରୀୟ ବଂଶ; ଶିଲ୍ଲେମଠାରୁ ଶିଲ୍ଲେମୀୟ ବଂଶ।
50ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ।
51ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା।
52ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
53“ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ।
54ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ।
55ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ।
56ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।”
57ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:10-57ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:10-57