Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:10-57 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:10-57 in ଓଡିଆ ବାଇବେଲ

10 ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ।
11 ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
12 ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍‍ଠାରୁ ଯାମୀନୀୟ ବଂଶ; ଯାଖୀନ୍‍ଠାରୁ ଯାଖୀନୀୟ ବଂଶ;
13 ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।
14 ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।
15 ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
16 ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
17 ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।
18 ଗାଦ୍‍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା’ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।
19 ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।
20 ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।
21 ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।
22 ଯିହୁଦାର ଏହିସବୁ ବଂଶ ଗଣାଯା’ନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।
23 ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ;
24 ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ।
25 ଇଷାଖରର ଏହି ସକଳ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ।
26 ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନ୍‍ଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ।
27 ସବୂଲୂନର ଏହି ସକଳ ବଂଶ ଗଣାଯା’ନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ।
28 ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।
29 ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ।
30 ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ,
31 ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ,
32 ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ।
33 ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍‍ଲା, ମିଲ୍‍କା ଓ ତିର୍ସା।
34 ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।
35 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।
36 ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।
37 ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।
38 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍‍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍‍ବେଲଠାରୁ ଅସ୍‍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;
39 ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ।
40 ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍‍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍‍ଠାରୁ ନାମାନୀୟ ବଂଶ।
41 ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍‍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।
42 ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍‍ର ବଂଶ।
43 ଶୂହମୀୟ ସମସ୍ତ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ।
44 ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍‍ବିଠାରୁ ଯିଶ୍‍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।
45 ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲ୍‍କୀୟେଲଠାରୁ ମଲ୍‍କୀୟେଲୀୟ ବଂଶ।
46 ଆଶେରର କନ୍ୟାର ନାମ ସେରହ।
47 ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ।
48 ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ;
49 ଯେତ୍ସରଠାରୁ ଯେତ୍ସରୀୟ ବଂଶ; ଶିଲ୍ଲେମଠାରୁ ଶିଲ୍ଲେମୀୟ ବଂଶ।
50 ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ।
51 ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା।
52 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
53 “ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ।
54 ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ।
55 ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ।
56 ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।”
57 ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26 in ଓଡିଆ ବାଇବେଲ