11ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
12ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍ଠାରୁ ଯାମୀନୀୟ ବଂଶ; ଯାଖୀନ୍ଠାରୁ ଯାଖୀନୀୟ ବଂଶ;
13ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।
14ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।
15ଆପଣା ଆପଣା ବଂଶାନୁସାରେ ଗାଦ୍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
16ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
17ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।
18ଗାଦ୍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା’ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।
19ଯିହୁଦାର ପୁତ୍ର ଏର ଓ ଓନନ୍; ସେହି ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ।
20ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।
21ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।
22ଯିହୁଦାର ଏହିସବୁ ବଂଶ ଗଣାଯା’ନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।
23ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ;
24ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ।
25ଇଷାଖରର ଏହି ସକଳ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ।
26ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନ୍ଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ।
27ସବୂଲୂନର ଏହି ସକଳ ବଂଶ ଗଣାଯା’ନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ।
28ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।
29ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ।
30ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ,
31ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ,
32ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ।
33ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।
34ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।
35ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।
36ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।
37ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।
38ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍ବେଲଠାରୁ ଅସ୍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;
39ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ।
40ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍ଠାରୁ ନାମାନୀୟ ବଂଶ।
41ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।
42ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍ର ବଂଶ।
43ଶୂହମୀୟ ସମସ୍ତ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ।
44ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍ବିଠାରୁ ଯିଶ୍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।