Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:3-31

Help us?
Click on verse(s) to share them!
3ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,
4“ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”
5ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍‍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ;
6ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।
7ଏମାନେ ରୁବେନ୍‍ର ବଂଶ; ପୁଣି, ଏମାନେ ଗଣାଯା’ନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।
8ପଲ୍ଲୂର ସନ୍ତାନ ଇଲୀୟାବ୍‍।
9ସେହି ଇଲୀୟାବ୍‍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ୍‍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ୍‍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।
10ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ।
11ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
12ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍‍ଠାରୁ ଯାମୀନୀୟ ବଂଶ; ଯାଖୀନ୍‍ଠାରୁ ଯାଖୀନୀୟ ବଂଶ;
13ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।
14ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।
15ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
16ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
17ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।
18ଗାଦ୍‍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା’ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।
19ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।
20ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।
21ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।
22ଯିହୁଦାର ଏହିସବୁ ବଂଶ ଗଣାଯା’ନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।
23ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ;
24ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ।
25ଇଷାଖରର ଏହି ସକଳ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ।
26ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନ୍‍ଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ।
27ସବୂଲୂନର ଏହି ସକଳ ବଂଶ ଗଣାଯା’ନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ।
28ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।
29ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ।
30ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ,
31ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ,

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:3-31ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:3-31