Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:5-44 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:5-44 in ଓଡିଆ ବାଇବେଲ

5 ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍‍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ;
6 ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।
7 ଏମାନେ ରୁବେନ୍‍ର ବଂଶ; ପୁଣି, ଏମାନେ ଗଣାଯା’ନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।
8 ପଲ୍ଲୂର ସନ୍ତାନ ଇଲୀୟାବ୍‍।
9 ସେହି ଇଲୀୟାବ୍‍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ୍‍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ୍‍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।
10 ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ।
11 ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
12 ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍‍ଠାରୁ ଯାମୀନୀୟ ବଂଶ; ଯାଖୀନ୍‍ଠାରୁ ଯାଖୀନୀୟ ବଂଶ;
13 ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।
14 ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।
15 ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
16 ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
17 ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।
18 ଗାଦ୍‍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା’ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।
19 ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।
20 ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।
21 ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।
22 ଯିହୁଦାର ଏହିସବୁ ବଂଶ ଗଣାଯା’ନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।
23 ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ;
24 ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ।
25 ଇଷାଖରର ଏହି ସକଳ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ।
26 ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନ୍‍ଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ।
27 ସବୂଲୂନର ଏହି ସକଳ ବଂଶ ଗଣାଯା’ନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ।
28 ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।
29 ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ।
30 ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ,
31 ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ,
32 ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ।
33 ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍‍ଲା, ମିଲ୍‍କା ଓ ତିର୍ସା।
34 ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।
35 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।
36 ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।
37 ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।
38 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍‍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍‍ବେଲଠାରୁ ଅସ୍‍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;
39 ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ।
40 ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍‍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍‍ଠାରୁ ନାମାନୀୟ ବଂଶ।
41 ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍‍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।
42 ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍‍ର ବଂଶ।
43 ଶୂହମୀୟ ସମସ୍ତ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ।
44 ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍‍ବିଠାରୁ ଯିଶ୍‍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26 in ଓଡିଆ ବାଇବେଲ