Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:7-13

Help us?
Click on verse(s) to share them!
7ଏମାନେ ରୁବେନ୍‍ର ବଂଶ; ପୁଣି, ଏମାନେ ଗଣାଯା’ନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।
8ପଲ୍ଲୂର ସନ୍ତାନ ଇଲୀୟାବ୍‍।
9ସେହି ଇଲୀୟାବ୍‍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ୍‍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ୍‍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।
10ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ।
11ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
12ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍‍ଠାରୁ ଯାମୀନୀୟ ବଂଶ; ଯାଖୀନ୍‍ଠାରୁ ଯାଖୀନୀୟ ବଂଶ;
13ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:7-13ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:7-13