3ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୂଦା-ସନ୍ତାନଗଣର ଅଧିପତି ହେବ;
4ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ।
5ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ;
6ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉବନ ହଜାର ଚାରି ଶହ।
7ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍ ସବୂଲୂନ ସନ୍ତାନଗଣର ଅଧିପତି ହେବ;
8ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ସତାବନ ହଜାର ଚାରି ଶହ।
9ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ। ସେମାନେ ପ୍ରଥମେ ଅଗ୍ରସର ହେବେ।
10ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍-ସନ୍ତାନଗଣର ଅଧିପତି ହେବ;
11ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ।
12ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ ସନ୍ତାନଗଣର ଅଧିପତି ହେବ;
13ତାହାର ଗଣିତ ସୈନ୍ୟ ସଂଖ୍ୟା ଊଣଷଠି ହଜାର ତିନି ଶହ।
14ତହୁଁ ଗାଦ୍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ୍ ସନ୍ତାନଗଣର ଅଧିପତି ହେବ;
15ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ।
16ରୁବେନ୍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।
17ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।
18ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ;
19ଆଉ ତାହାର ଗଣିତ ସୈନ୍ୟ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ।
20ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;
21ତାହାର ଗଣିତ ସୈନ୍ୟ ସଂଖ୍ୟା ବତିଶ ହଜାର ଦୁଇ ଶହ।
22ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;
23ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ।
24ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ।
25ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;