Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:1-6 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:1-6 in ଓଡିଆ ବାଇବେଲ

1 ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।
2 ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।
3 ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ।
4 ଏଥିଉତ୍ତାରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଶାୟେଲକୁ ଓ ଇଲୀଷାଫନକୁ ଡାକି କହିଲେ, “ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇଯାଅ।”
5 ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ପୋଷାକ ସମେତ ଛାଉଣିର ବାହାରକୁ ନେଇଗଲେ।
6 ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10 in ଓଡିଆ ବାଇବେଲ