Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:2-9

Help us?
Click on verse(s) to share them!
2ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।
3ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ।
4ଏଥିଉତ୍ତାରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଶାୟେଲକୁ ଓ ଇଲୀଷାଫନକୁ ଡାକି କହିଲେ, “ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇଯାଅ।”
5ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ପୋଷାକ ସମେତ ଛାଉଣିର ବାହାରକୁ ନେଇଗଲେ।
6ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।
7ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ।
8ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ,
9“ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:2-9ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:2-9