Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:9-18

Help us?
Click on verse(s) to share them!
9“ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;
10ତହିଁରେ ତୁମ୍ଭେମାନେ ପବିତ୍ର ଓ ସାମାନ୍ୟ, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ଭିନ୍ନତା ଜାଣିପାରିବ;
11ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଇସ୍ରାଏଲ ସନ୍ତାନଗଣକୁ ଯେଉଁ ସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ।”
12ଏଥିଉତ୍ତାରେ ମୋଶା ହାରୋଣଙ୍କୁ, ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ତାଡ଼ି ବିନା ଭୋଜନ କର, ଯେହେତୁ ତାହା ମହାପବିତ୍ର;
13ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ।
14ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭ କନ୍ୟାଗଣ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ କୌଣସି ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ ସନ୍ତାନଗଣର ମଙ୍ଗଳାର୍ଥକ ବଳି ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ତବ୍ୟ ଅଂଶ।
15ସେମାନେ ମେଦମୟ ଅଗ୍ନିକୃତ ଉପହାର ସହିତ ଉତ୍ତୋଳନୀୟ ଉପହାରର ଜଙ୍ଘ ଓ ଦୋଳନୀୟ ନୈବେଦ୍ୟର ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବା ନିମନ୍ତେ ଆଣିବେ; ପୁଣି ତାହା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ।”
16ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,
17“ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।
18ଦେଖ, ପବିତ୍ର ସ୍ଥାନ ଭିତରକୁ ତାହାର ରକ୍ତ ଅଣାଗଲା ନାହିଁ; ଯେପରି ଆମ୍ଭେ ଆଜ୍ଞା ଦେଇଥିଲୁ, ସେପରି ତୁମ୍ଭେମାନେ ପବିତ୍ର ସ୍ଥାନରେ ତାହା ତ ଭୋଜନ କରିଥା’ନ୍ତ।”

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:9-18ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:9-18