Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:27-30 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:27-30 in ଓଡିଆ ବାଇବେଲ

27 ପୁଣି ଚାରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
28 ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।
29 ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ (ଗୋଧି) ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ଡୁଅ;
30 ଆଉ, ଏଣ୍ଡୁଅ ଓ ସ୍ଥଳ କୁମ୍ଭୀର, ଝିଟିପିଟି, ବାଲିଏଣ୍ଡୁଅ ଓ ବହୁରୂପୀ (ପୋହଳା ଏଣ୍ଡୁଅ)।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11 in ଓଡିଆ ବାଇବେଲ