Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:41-45

Help us?
Click on verse(s) to share them!
41ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ।
42ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ।
43ତୁମ୍ଭେମାନେ ଏହି ସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ୱାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।
44କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ମୁଁ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।
45କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:41-45ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:41-45