Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:8-23

Help us?
Click on verse(s) to share them!
8ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।
9ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ।
10ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,
11ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ହେବେ; ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ, ପୁଣି ସେମାନଙ୍କ ଶବକୁ ଘୃଣା କରିବ।
12ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।
13ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,
14ପୁଣି, ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ,
15ପୁଣି, ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ,
16ଓଟପକ୍ଷୀ, ତାମସ ପକ୍ଷୀ, ସମୁଦ୍ର ଚିଲ, ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ,
17ପୁଣି, କୋଷପକ୍ଷୀ, ପାଣିକୁଆ, ବଗ,
18ଦୀର୍ଘଗଳ ହଂସ, ପାଣିଭେଳା, ଶାଗୁଣା;
19ପୁଣି ବଗ, ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ଚାମଚିକା।
20ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।
21ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ।
22ଅର୍ଥାତ୍‍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ, ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ, ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ।
23ମାତ୍ର ଏହା ଛଡ଼ା ଚାରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:8-23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:8-23