Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 12:2-7 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 12:2-7 in ଓଡିଆ ବାଇବେଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ।
3 ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ।
4 ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।
5 ମାତ୍ର ଯଦି ସେ କନ୍ୟା ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ।
6 ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।
7 ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 12 in ଓଡିଆ ବାଇବେଲ