Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:2-19 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:2-19 in ଓଡିଆ ବାଇବେଲ

2 “ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘା’ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।
3 ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା’ ଦେଖିବ; ଆଉ ଯଦି ଘା’ର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘା’ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।
4 ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘା’ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
5 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘା’ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।
6 ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘା’ ମଳିନ ହୋଇଥାଏ ଓ ଘା’ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
7 ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।
8 ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।
9 କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘା’ ହେଲେ, ସେ ଯାଜକ ନିକଟକୁ ଅଣାଯିବ;
10 ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,
11 ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି।
12 ଆଉ, ଯଦି କୁଷ୍ଠ ରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘା’ଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,
13 ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।
14 ମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ।
15 ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ।
16 ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,
17 ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘା’ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘା’ଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।
18 ଆଉ ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ଉତ୍ତାରେ,
19 ଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13 in ଓଡିଆ ବାଇବେଲ