Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:3-10

Help us?
Click on verse(s) to share them!
3ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା’ ଦେଖିବ; ଆଉ ଯଦି ଘା’ର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘା’ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।
4ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘା’ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
5ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘା’ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।
6ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘା’ ମଳିନ ହୋଇଥାଏ ଓ ଘା’ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
7ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।
8ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।
9କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘା’ ହେଲେ, ସେ ଯାଜକ ନିକଟକୁ ଅଣାଯିବ;
10ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:3-10ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:3-10