Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:38-52 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:38-52 in ଓଡିଆ ବାଇବେଲ

38 ପୁଣି, ଯଦି କୌଣସି ପୁରୁଷ କି ସ୍ତ୍ରୀର ଶରୀରର ଚର୍ମରେ ଚିକ୍କଣ ଚିହ୍ନଗୁଡ଼ିକ, ଅର୍ଥାତ୍‍, ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନଗୁଡ଼ିକ ହୁଏ;
39 ତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ।
40 ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ।
41 ଆଉ, ଯଦି ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ; ତଥାପି ସେ ଶୁଚି ଅଟେ।
42 ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।
43 ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ;
44 ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘା’ ହୋଇଅଛି।
45 ଆଉ, ଯେଉଁ କୁଷ୍ଠୀର ଘା’ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।
46 ତାହାଠାରେ ଯେତେ ଦିନ ଘା’ ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ।
47 ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା(ସୂତା) ବସ୍ତ୍ର ହେଉ,
48 ଅବା ତାହା ଲୋମ କି ମସିନା(ସୂତା)ର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;
49 ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତ ବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।
50 ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ।
51 ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯଦି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମ ନିର୍ମିତ ବସ୍ତୁରେ ଯଦି ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠରୋଗ; ତାହା ଅଶୁଚି ଅଟେ।
52 ଏଣୁ ବସ୍ତ୍ରରେ ଅବା ଲୋମ ନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13 in ଓଡିଆ ବାଇବେଲ