Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:39-44

Help us?
Click on verse(s) to share them!
39ତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ।
40ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ।
41ଆଉ, ଯଦି ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ; ତଥାପି ସେ ଶୁଚି ଅଟେ।
42ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।
43ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ;
44ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘା’ ହୋଇଅଛି।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:39-44ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:39-44