Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:45-58

Help us?
Click on verse(s) to share them!
45ଆଉ, ଯେଉଁ କୁଷ୍ଠୀର ଘା’ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।
46ତାହାଠାରେ ଯେତେ ଦିନ ଘା’ ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ।
47ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା(ସୂତା) ବସ୍ତ୍ର ହେଉ,
48ଅବା ତାହା ଲୋମ କି ମସିନା(ସୂତା)ର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;
49ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତ ବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।
50ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ।
51ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯଦି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମ ନିର୍ମିତ ବସ୍ତୁରେ ଯଦି ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠରୋଗ; ତାହା ଅଶୁଚି ଅଟେ।
52ଏଣୁ ବସ୍ତ୍ରରେ ଅବା ଲୋମ ନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ।
53ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ;
54ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ୍ କରି ରଖିବ;
55ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ।
56ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।
57ତଥାପି ଯଦି ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ।
58ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:45-58ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:45-58