Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:5-17

Help us?
Click on verse(s) to share them!
5ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘା’ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।
6ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘା’ ମଳିନ ହୋଇଥାଏ ଓ ଘା’ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
7ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।
8ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।
9କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘା’ ହେଲେ, ସେ ଯାଜକ ନିକଟକୁ ଅଣାଯିବ;
10ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,
11ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି।
12ଆଉ, ଯଦି କୁଷ୍ଠ ରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘା’ଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,
13ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।
14ମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ।
15ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ।
16ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,
17ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘା’ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘା’ଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:5-17ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:5-17